ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

କଟକ: ବଗଲା ଧର୍ମଶାଳା ଜମି ଅନିୟମିତତା ଅଭିଯୋଗ ପ୍ରସଙ୍ଗରେ ହାଇକୋର୍ଟରେ ଆଉ ଏକ ମାମଲା ରୁଜୁ ହୋଇଛି। ଏହି ମାମଲା ଦାୟର କରିଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର। ଅନିୟମିତତା ଅଭିଯୋଗର ତଦନ୍ତ ନିର୍ଦ୍ଦେଶ ପାଇଁ କୋର୍ଟରେ  ଆବେଦନ କରିଛନ୍ତି ସମ୍ବିତ। ଜଗନ୍ନାଥଙ୍କ ଖାତାକୁ ଜମି ଫେରାଇବାକୁ ପିଟିସନରେ ଆବେଦନ କରାଯାଇଛି।

ଅନ୍ୟପଟେ ହାଇକୋର୍ଟରେ ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ମାମଲା ପ୍ରସଙ୍ଗରେ ପୁରୀ ତହସିଲଦାର ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜବାବ ଦାଖଲ କରାଯାଇଛି। ବଗଲା ଜମି ସରକାରଙ୍କ ଅଧୀନରେ ଅଛି ଓ ତାକୁ ନବୀକରଣ କରାଯାଉଛି ବୋଲି କୋର୍ଟଙ୍କୁ ଜଣାଇଛି ପ୍ରଶାସନ। ତେବେ ଦାଖଲ ଜବାବ ସତ୍ୟପାଠ ଆକାରରେ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସତ୍ୟପାଠ ଦାଖଲ ପାଇଁ ଆଡଭୋକେଟ ଜେନେରାଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ମାମଲାର ଅନ୍ୟ ପ୍ରତିପକ୍ଷଙ୍କୁ ମଧ୍ୟ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଜାରି ହୋଇଛି। ଆବେଦନକାରୀ ଜଗନ୍ନାଥ ବସ୍ତିଆଙ୍କୁ ମଧ୍ୟ ପ୍ରତିଜବାବ ମାଗିଛନ୍ତି କୋର୍ଟ। ଆସନ୍ତା ସୋମବାର ମାମଲାର ପରବର୍ତ୍ତୀ ଶୁଣାଣି ହେବ।

ଆହୁରି ପଢ଼ନ୍ତୁ

ଡିନାମାଇଟ୍‌ ଦେଇ ନଦୀବନ୍ଧ ଉଡାଇବା ଅଭିଯୋଗ; ବିଧାୟକଙ୍କ ସମେତ ୬ ଜଣଙ୍କୁ ନୋଟିସ୍‌ କଲେ ଲୋକାୟୁକ୍ତ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

You might also like