ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

ମୟୂରଭଞ୍ଜ: ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ। ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ UPSC କୋଚିଂ ସେଣ୍ଟରରୁ ବାଦ୍‌ ଦେବା ଏବଂ ମୟୂରଭଞ୍ଜ ଜିଲ୍ଲାରେ ଖାଲି ପଡ଼ିଥିବା ୨୨୦ ଡାକ୍ତରୀ ପଦବୀ ପୂରଣ ଦାବିରେ ବିଜେପି ପକ୍ଷରୁ ବନ୍ଦ ପାଳନ କରାଯାଉଛି।

ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ମୟୂରଭଞ୍ଜ ଜିଲ୍ଲାକୁ ଉପେକ୍ଷା କରାଯାଉଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କରି ଆଜି ସକାଳୁ ବିଜେପି କର୍ମୀ ପିକେଟିଂ କରି ବନ୍ଦ ପାଳନରେ ସାମିଲ ହୋଇଛନ୍ତି। ୧୮ ଏବଂ ୪୯ ନମ୍ବର ଜାତୀୟ ରାଜପଥରେ ଆନ୍ଦୋଳନ କରିବା ସହ ରାସ୍ତାରୋକ କରିଛନ୍ତି।

ବାରିପଦା ସହର ସମେତ ଜିଲ୍ଲାର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ଦୋକାନ ବଜାର ସହ ଗାଡ଼ି ଚଳାଚଳ ବନ୍ଦ ରହିଛି।

You might also like