ଜୋର ଧରିଲା ରାଉରକେଲାରେ ଜାଭିୟର ଇନ୍ଷ୍ଟିଚ୍ୟୁଟ୍ ପ୍ରତିଷ୍ଠା ଦାବି
ରାଉରକେଲା: ରାଉରକେଲାରେ ଜାଭିୟର ଇନ୍ଷ୍ଟିଚ୍ୟୁଟ୍ ପ୍ରତିଷ୍ଠା ଦାବି ଜୋର ଧରିଛି। ତିନି ବର୍ଷ ତଳେ ଆଇଆଇଏମ୍ ପାଇଁ ଆନ୍ଦୋଳନ ଚାଲିଥିବା ବେଳେ ରାଉରକେଲାରେ ଜାଭିୟର ଇନ୍ଷ୍ଟିଚ୍ୟୁଟ୍ ପ୍ରତିଷ୍ଠା କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।
କିନ୍ତୁ ଏବେ ଯାଏ ପ୍ରତିଷ୍ଠା କରାଯାଇନଥିବାରୁ ରାଉରକେଲାରେ ବିଜେପି ପକ୍ଷରୁ ଆନ୍ଦୋଳନ କରାଯାଇଥିଲା। ରାଉରକେଲା ଏଡିଏମ୍ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଦାବି ପୂରଣ ନ ହେଲେ ଆନ୍ଦୋଳନ ଜୋରଦାର କରିବାକୁ ବିଜେପି ଚେତାବନୀ ଦେଇଛି।