ବିଧିବଦ୍ଧ ଭାବେ ଆରମ୍ଭ ହେଲା ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର: ଆଜିଠୁ ବିଧିବଦ୍ଧ ଭାବେ ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଛି। ଦଳୀୟ ମୁଖ୍ୟାଳୟରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅଭିଯାନ ପାଇଁ ଦଳ ପକ୍ଷରୁ ଏକ କମିଟି ଗଠନ କରାଯାଇଛି।

ଆବାହକ ଦେବୀ ମିଶ୍ରଙ୍କ ନେତୃତ୍ୱରେ କମିଟି ସଭ୍ୟ ସଂଗ୍ରହ ଅଭିଯାନକୁ ରାଜ୍ୟର ତୃଣମୂଳ ସ୍ତରକୁ ପହଞ୍ଚାଇବାର ଯୋଜନା ପ୍ରସ୍ତୁତ କରିଛି। ଗ୍ରାମାଞ୍ଚଳର ବିଭିନ୍ନ ୱାର୍ଡରେ ଲୋକଙ୍କୁ ଦଳ ସହ ଜୋଡ଼ିବା ପାଇଁ ଲକ୍ଷ୍ୟ ରଖାଯାଇଛି।

ଚଳିତ ଥର ଅଫ୍ ଲାଇନ୍ ସହ ଅନ୍‌ଲାଇନ୍‌ରେ ବି ସଭ୍ୟ ସଂଗ୍ରହ କରିବ ବିଜେଡି। ପ୍ରାୟ ୧ କୋଟି ସଭ୍ୟ ସଂଗ୍ରହ ଲାଗି ଦଳ ଲକ୍ଷ୍ୟ ରଖିଛି। ପ୍ରତି ଓ୍ୱାର୍ଡରୁ ୪, ଏନ୍‌ଏସିରୁ ୫, ମ୍ୟୁନିସପାଲିଟିରୁ ୧୫ ଓ କର୍ପୋରେସନରୁ ରହିବେ ୪୦ ଜଣ ସକ୍ରିୟ ସଦସ୍ୟ। ନିଜକୁ ମିଶାଇ ପ୍ରତ୍ୟେକ ସକ୍ରିୟ ସଦସ୍ୟ ୨୫ ଜଣ ସଦସ୍ୟ ସଂଗ୍ରହ କରିବେ। 

ଆହୁରି ପଢ଼ନ୍ତୁ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

You might also like