ଖୋଲିଲା ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅଫିସ୍

ଭୁବନେଶ୍ୱର: ଖୋଲିଲା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅଫିସ୍। ସିଲ୍ ହେବାର ୮ ଦିନ ପରେ ଆଜି ଭୁବନେଶ୍ୱର ପଳାସପଲ୍ଲୀ ସ୍ଥିତ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ କାର୍ଯ୍ୟାଳୟ ଖୋଲିଛି।

ଗତ ୧୦ ତାରିଖରେ ସାଂସଦଙ୍କ ଅଫିସ୍ ୧୫ ଦିନ ପାଇଁ ସିଲ୍ କରିଥିଲା BMC। କିନ୍ତୁ ଆଜି ୮ ଦିନରେ ଖୋଲିଛି ଅଫିସ୍। ପୂର୍ବରୁ ଏହି ଘଟଣାରେ ସାମ୍ବାଦିକ ସମ୍ମିଳନୀ କରି ସରକାରଙ୍କୁ ଟାର୍ଗେଟ କରିଥିଲେ ସାଂସଦ ଅପରାଜିତା।

ଅଫିସ୍ ପରିସରରୁ କୌଣସି ଆକ୍ରାନ୍ତ ଚିହ୍ନଟ ନ ହେବା ସତ୍ତ୍ୱେ ପୂରା କାର୍ଯ୍ୟାଳୟ କିପରି ସିଲ୍ କରାଗଲା ବୋଲି ସାଂସଦ ଅପରାଜିତା ପ୍ରଶ୍ନ କରିଥିଲେ। ଏହା BMCର ବେଆଇନ୍ ପଦକ୍ଷେପ ବୋଲି ସେ କହିଥିଲେ। ଏହାଦ୍ୱାରା ତାଙ୍କ ଭାବମୂର୍ତ୍ତି ଉପରେ ଆଞ୍ଚ ଆସିଛି। ତେଣୁ ସରକାରଙ୍କ ବିରୋଧରେ ମାନହାନି ମକଦ୍ଦମା କରିପାରନ୍ତି ବୋଲି ଆଜି ସୂଚନା ଦେଇଛନ୍ତି ଅପରାଜିତା।

ରାଜ୍ୟ ସରକାରଙ୍କର ଏହା ଆକ୍ରୋଶମୂଳକ ପଦକ୍ଷେପ ବୋଲି କହିବା ସହ ଛବି ମଳିନ କରିବାକୁ ଅପଚେଷ୍ଟା ହୋଇଥିବା ଅପରାଜିତା ଅଭିଯୋଗ କରିଥିଲେ।

ଆହୁରି ପଢ଼ନ୍ତୁ

ନଷ୍ଟ ହେଲେ ବା ହଜିଗଲେ ପୁଣି ମିଳିବ ଏସଏଲସି

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

You might also like