ଟ୍ରକ୍ ଚାପାରେ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟଣା: ୪ ଜଣଙ୍କ ଶେଷକୃତ୍ୟ ସମ୍ପନ୍ନ

ଭଦ୍ରକ: ଭଦ୍ରକ ଜିଲ୍ଲା ରାହାଞ୍ଜରେ ଟ୍ରକ୍‌ ଦୁର୍ଘଟଣାରେ ୫ ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟଣା ପରେ ଅସୁରା ଗାଁରେ ଶୋକର ଛାୟା ଖେଳିଯାଇଛି। ଗତକାଲି ବିଳମ୍ବିତ ରାତିରେ ୪ଜଣଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି।

୩ଜଣ ଛାତ୍ରଛାତ୍ରୀଙ୍କ ଶେଷକୃତ୍ୟ ସେମାନଙ୍କ ଗାଁରେ ହୋଇଥିବା ବେଳେ ଜଣଙ୍କ ଅନ୍ତିମ ସଂସ୍କାର ପୁରୀରେ ସମ୍ପନ୍ନ ହୋଇଛି। ତେବେ ଅନ୍ୟଜଣଙ୍କ  ଅନ୍ତିମ ସଂସ୍କାର ଆଜି ହେବ ବୋଲି ସୂଚନା ମିଳିଛି।

ସେପଟେ ଏହି ଘଟଣାରେ ଆହତ ୪ ଜଣଙ୍କ ଭିତରୁ ଜଣଙ୍କର ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।  ଗତ ରାତିରେ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା ପରେ ୧୬ ନମ୍ବର ଜାତୀୟ ରାଜପଥର ରାଣୀତାଲ ନିକଟରେ ଚାଲିଥିବା ରାସ୍ତା ଅବରୋଧ ହଟିଥିଲା।  ଫଳରେ ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଛି।

ଗତକାଲି ଅପରାହ୍ନରେ ଘଟିଥିବା ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳର ଶହ ଶହ ସଂଖ୍ୟାରେ ଲୋକେ ରାସ୍ତା ଅବରୋଧ କରିଥିଲେ। ଘଟଣାସ୍ଥଳରେ ଜିଲ୍ଲାପାଳ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହିତ ୪ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦିଆଯିବ ବୋଲି ଘୋଷଣା କରିଥିଲେ। ହେଲେ ଲୋକେ ଜିଲ୍ଲାପାଳଙ୍କୁ ଲିଖିତ ପ୍ରତିଶ୍ରୁତି ଦେବା ପାଇଁ କହିଥିଲେ। ତୁରନ୍ତ ଲିଖିତ ପ୍ରତିଶ୍ରୁତି ଦେବା ସମ୍ଭବ ନୁହେଁ ବୋଲି ଜିଲ୍ଲାପାଳ କହିବା ପରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଥିଲା। ପରିସ୍ଥିତି ଅଣାୟତ୍ତ ହେଉଥିବା ଦେଖି ପୁଲିସ୍‌କୁ ଲାଠି ଚାର୍ଜ କରିବାକୁ ପଡ଼ିଥିଲା। ଏହାର କିଛି ସମୟ ପରେ ରାସ୍ତା ଅବରୋଧ ହଟିଥିଲା। ପରେ ପୁଲିସ୍‌ ଛାତ୍ରଛାତ୍ରୀଙ୍କ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ଭଦ୍ରକ ଡାକ୍ତରଖାନାକୁ ନେଇଥିଲା।

 

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୪ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

You might also like