ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ସ୍ଥିତ ରାଜେନ୍ଦ୍ର ଜୁନିଅର କଲେଜର ଜଣେ ଅଧ୍ୟାପକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଓଡ଼ିଆ ଅଧ୍ୟାପକ ପ୍ରକାଶ ସାହୁଙ୍କ ଝୁଲନ୍ତା ମୃତଦେହ ଆଜି ସକାଳେ ଭଡ଼ା ଘରୁ ଉଦ୍ଧାର କରାଯାଇଛି।
ଅଧ୍ୟାପକ ପ୍ରକାଶ କଲେଜ ନିକଟରେ ଥିବା ଏକ ଭଡ଼ା ଘରେ ରହୁଥିଲେ। ତେବେ ଆଜି ସକାଳୁ ଘର ଭିତରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା।
ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିବା ବେଳେ କାରଣ ଅସ୍ପଷ୍ଟ ରହିଛି। ଖବରପାଇ ବଲାଙ୍ଗିର ଟାଉନ ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି।