ମନ୍ଦିର ପରିସରରୁ ମିଳିଲା ରକ୍ତାକ୍ତ ମୃତଦେହ

ଆସିକା: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ହରିଡ଼ାପଦର ଗାଁ ଶିବ ମନ୍ଦିର ପରିସରରୁ ଜଣେ ମହିଳାଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ଜଣକ ହରିଡ଼ାପଦର ଗାଁର ବୋଲି ଜଣାପଡ଼ିଛି।

ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁସାରେ, ଆଜି ସକାଳୁ ସମ୍ପୃକ୍ତ ମହିଳା ଜଣକ ମନ୍ଦିର ଯାଇଥିଲେ। ସେଠାରୁ ପୂଜା ସାରି ଘରକୁ ଫେରୁଥିବା ବେଳେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ସମ୍ପୃକ୍ତ ମହିଳାଙ୍କ ଦେଢଶୁର ମହିଳାଙ୍କ ମୁଣ୍ଡକୁ ଏକ ଶାବଳରେ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ଅଭିଯୁକ୍ତ ଜଣକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରିବା ସହ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି। ମହିଳାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

You might also like