ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଅଭିନେତା ମିଥୁନ ଚକ୍ରବର୍ତ୍ତୀ

ପୁରୀ: ବଲିଉଡ୍‌ର ବର୍ଷୀୟାନ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ମାନସିକ ଥିବାରୁ ପୁରୀ ଆସି ସେ ମହାପ୍ରଭୁଙ୍କୁ ଦର୍ଶନ କରିଥିବା କହିଛନ୍ତି।

ଆଜି ସକାଳେ ସେ ଶ୍ରୀମନ୍ଦିରରେ ପହଞ୍ଚି ଭିତରକାଠ ନିକଟରୁ ରତ୍ନସିଂହାସନରେ ବିରାଜମାନ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ସହ ଶ୍ରୀମନ୍ଦିର ପରିସରରେ ଥିବା ଅନ୍ୟ ଦେବାଦେବୀଙ୍କ ଦର୍ଶନ ମଧ୍ୟ କରିଥିଲେ।

ଶ୍ରୀଜିଉଙ୍କ ଦର୍ଶନ ବେଳେ ତାଙ୍କ ସହ ତାଙ୍କର ଯାତ୍ରୀପଣ୍ଡା ତଥା ବରିଷ୍ଠ ଦଇତାପତି ରାମକୃଷ୍ଣ ଦାସମହାପାତ୍ର ଉପସ୍ଥିତ ଥିଲେ।

You might also like