ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲେ ୪୦ ଯାତ୍ରୀ
କଟକ/ବାଙ୍କୀ: ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଯାତ୍ରୀ। ବାଙ୍କୀ ରଣସଙ୍ଖ ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଛି ବସ୍।
ବସ୍ରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବା ପରେ ଭାରସାମ୍ୟ ହରାଇ ବସ୍ଟି ରାସ୍ତାକଡ଼ର ଗଛରେ ପିଟି ହୋଇଥିଲା। ଦୁର୍ଘଟଣାରେ ୩ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ବାଙ୍କୀରୁ କଟକ ଅଭିମୁଖେ ଆସୁଥିଲା ଘରୋଇ ଲୋକନାଥ ବସ୍।