ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ଘାଟିରେ ଓଲଟିଲା ବସ୍‌

ଧର୍ମଗଡ଼(ଇଙ୍ଗିତ ପଣ୍ଡା): ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ଘାଟିରେ ଓଲଟିଲା ଘରୋଇ ବସ୍‌। କଳାହାଣ୍ଡି ଜିଲ୍ଲା ଆମପାଣି ଘାଟିରେ ଏହି ଦୁର୍ଘଟଣା ଘଟିଛି। ଘାଟିରେ ଏକ ବସ୍ ଓଲଟି ପଡ଼ିବା ଯୋଗୁ ହେଲ୍‌ପର୍‌ ଓ ଜଣେ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।

ବସ୍‌ରେ ୩୦ରୁ ୪୦ଜଣ ଯାତ୍ରୀ ଥିଲେ ବୋଲି ସୂଚନା ମିଳିଛି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

ଭୁବନେଶ୍ୱରରୁ ମାଲକାନଗିରି ଯାଉଥିବା ବେଳେ ‘ଦିଲଖୁସ୍’ ନାମକ ଏହି ବସ୍‌ଟି ଘାଟିରେ ଓଲଟି ପଡ଼ିଥିଲା। ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି‌ ୨ ଗୁରୁତରଙ୍କୁ କୋକସରା ହସ୍ପିଟାଲରେ ଭର୍ତ୍ତି କରିଛନ୍ତି।

You might also like