କାଲି କଟକରେ ବସ୍ ଚଳାଚଳ ବନ୍ଦ
କଟକ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୨୨ ଅର୍ଥାତ୍ ଆସନ୍ତାକାଲି ଜନତା କର୍ଫ୍ୟୁ ପାଳନ ପାଇଁ ଦେଶବାସୀଙ୍କୁ ନିବେଦନ କରିଛନ୍ତି। ଆସନ୍ତାକାଲି ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ଘରୁ ନ ବାହାରିବାକୁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ନିବେଦନ କରିଛନ୍ତି।
ସେହିପରି ଆସନ୍ତାକାଲି କୌଣସି ପାସେଞ୍ଜର ଟ୍ରେନ୍ ମଧ୍ୟ ଗଡ଼ିବନି। ଶନିବାର-ରବିବାର ମଧ୍ୟ ରାତ୍ରୀରୁ ପାସେଞ୍ଜର ଟ୍ରେନ ନ ଗଡ଼ିବା ନେଇ ନିଷ୍ପତ୍ତି ହୋଇଛି।
ଜନତା କର୍ଫ୍ୟୁ ପାଳନ ପାଇଁ ଆସନ୍ତକାଲି କଟକରେ ବସ୍ ଚଳାଚଳ ବନ୍ଦ ରହିବ। ଏନେଇ କଟକ ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ ଅଜୟ ବାରିକ ସୂଚନା ଦେଇଛନ୍ତି।