କାଲି ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୨୨ ଅର୍ଥାତ୍ ଆସନ୍ତାକାଲି ଜନତା କର୍ଫ୍ୟୁ ପାଳନ ପାଇଁ ଦେଶବାସୀଙ୍କୁ ନିବେଦନ କରିଛନ୍ତି। ଆସନ୍ତାକାଲି ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ଘରୁ ନ ବାହାରିବାକୁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ନିବେଦନ କରିଛନ୍ତି।
ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଓଡ଼ିଶାର ସମସ୍ତ ଘରୋଇ ବସ୍ ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଜନତା କର୍ଫ୍ୟୁ ପାଇଁ ଘରୋଇ ବସ୍ ଚଳାଚଳ ବନ୍ଦ ନେଇ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏନେଇ ଘରୋଇ ବସ୍ ମାଲିକ ସଂଘ ମୁଖପାତ୍ର ଦେବାଶିଷ ନାୟକଙ୍କ ସୂଚନା ଦେଇଛନ୍ତି।
ଏଠାରେ ଆମେ ଆପଣଙ୍କୁ କହି ରଖୁଛୁ ଯେ, ଏହା ପୂର୍ବରୁ କଟକରେ ବସ୍ ଚଳାଚଳ ବନ୍ଦ ନେଇ କଟକ ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ ଅଜୟ ବାରିକ ସୂଚନା ଦେଇଥିଲେ।
ସୂଚନାଥାଉ କି, ରାଜ୍ୟରେ ପ୍ରାୟ ୧୩ରୁ ୧୪ ହଜାର ଘରୋଇ ବସ୍ ଚାଲୁଛି।