ପୋଲ ତଳକୁ ଖସିପଡ଼ିଲା କାର; ଶିଶୁ କନ୍ୟା ମୃତ ଓ ୫ ଆହତ

ବାଲେଶ୍ୱର: ଖନ୍ତାପଡ଼ା ନିକଟ ଜାତୀୟ ରାଜପଥ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଏକ କାର୍‌ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡ଼ିବାରୁ ଜଣେ ୩ ବର୍ଷୀୟ ଶିଶୁ କନ୍ୟାର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଆଉ ଜଣେ ଶିଶୁ ସହିତ ୫ ଜଣ ଗୁରୁତର ଆହତ  ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ଖବର ଅନୁସାରେ, ସୋର ପଣପଣା ଗାଁର ପ୍ରଫୁଲ୍ଲ ଦଳେଇ ଏବଂ ତାଙ୍କ ସାଙ୍ଗ ରତ୍ନାକର ପ୍ରଧାନ ନିଜର ପରିବାର ଲୋକଙ୍କୁ ଧରି ବାଲେଶ୍ୱର ଅଭିମୁଖେ ଯାଉଥିଲେ। ଏହି ସମୟରେ ଓଳିଆ ପାଟଣା ଛକ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ପ୍ରଥମେ ଡିଭାଇଡରକୁ ପିଟିବା ପରେ ପୋଲ ତଳକୁ ଖସି ପଡ଼ିଥିଲା।

ଘଟଣାସ୍ଥଳରେ କାରରେ ଥିବା ଜଣେ ଶିଶୁ କନ୍ୟାର ମୃତ୍ୟୁ ହୋଇଯାଇଥିଲା।  କାରଟି ପାଣିରେ ପଡ଼ିଯାଇଥିବା ବେଳେ ସେମାନଙ୍କୁ ଉଦ୍ଧାର ପାଇଁ ସ୍ଥାନୀୟ ଲୋକେ ଅଣ୍ଟା ଭିଡିଥିଲେ। କିଛି ଲୋକେ ପାଣି ଭିତରେ ପଶିଥିବା ବେଳେ ଆଉ କିଛି ପୋଲ ଉପରେ ରହି ଏକ ରଶି ସାହାଯ୍ୟରେ ଉଦ୍ଧାର କରିଥିଲେ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like