ସୋସିଆଲ୍‌ ମିଡିଆରେ ମୁହଁ ଖୋଲିଲେ ବର୍ଷା, କହିଲେ-‘ବଦନାମ କରିବା ପୂର୍ବରୁ…’

କଟକ: ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ପାରିବାରିକ ହିଂସା ମାମଲାରେ ସୋସିଆଲ୍‌ ମିଡିଆରେ ମୁହଁ ଖୋଲିଲେ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ।

ଟ୍ୱିଟ୍‌ କରି ସେ କହିଛନ୍ତି, ‘ସତ କେବେ ଲୁଚି ରହେନା। ଭୁଲ୍‌ ଏବଂ ମିଥ୍ୟା ଅଭିଯୋଗ ଆଣି ଜଣକୁ ବଦନାମ କରିବା ପୂର୍ବରୁ ଭଗବାନଙ୍କୁ ଡରିବା ଉଚିତ୍‌। ଭଗବାନଙ୍କ ଉପରେ ମୋର ପୂର୍ଣ୍ଣ ବିଶ୍ୱାସ ରହିଛି।’

ବର୍ଷା ଆହୁରି କହିଛନ୍ତି, ‘କେହି ଆଇନର ଉର୍ଦ୍ଧ୍ୱରେ ନୁହଁନ୍ତି। ମୁଁ ଯେଉଁ କଠିନ ସମୟ ଦେଇ ଗତି କରୁଛି, ଏଠି ସମସ୍ତଙ୍କର ଆଶୀର୍ବାଦ ଚାହୁଁଛି। ଏହାସହ ମୁଁ ନିରବତା ଭଙ୍ଗ କରିବା ପାଇଁ ଚେଷ୍ଟା କରୁଛି। ସମସ୍ତଙ୍କ ପ୍ରତି ମୋର ସମ୍ମାନ ଓ ଭଲ ପାଇବା ରହିଛି।’

ବର୍ଷା ଟ୍ୱିଟ୍‌ କରି ଏସବୁ ଉଲ୍ଲେଖ କରିବା ସହ ମହାପ୍ରଭୁ ଜଗନ୍ନାଥଙ୍କ ଏକ ଫଟୋ ଶେଆର କରିଛନ୍ତି।

ପଢ଼ନ୍ତୁ: ପ୍ରେସ୍ ବିଜ୍ଞପ୍ତି ଜାରି କରି ମୁହଁ ଖୋଲିଲେ ଅନୁଭବ

ବର୍ଷାଙ୍କ ବିରୋଧରେ ଅନୁଭବଙ୍କ ପିଟିସନ୍‌

ଦିଲ୍ଲୀ ପଟିଆଲା ହାଉସ୍ କୋର୍ଟରେ ଅନୁଭବଙ୍କ ଛାଡ଼ପତ୍ର ପିଟିସନ୍। ଶାରୀରିକ ସମ୍ପର୍କ ପାଇଁ ବର୍ଷା ରାଜି ହେଉ ନ ଥିବା ନେଇ ଅନୁଭବ ପିଟିସନ୍‌ରେ ଉଲ୍ଲେଖ କରିଛନ୍ତି। ଶାରୀରିକ ସଂପର୍କ ସ୍ଥାପନ ନ ହେବାରୁ ଅସହଜ, ଅସୁଖୀ ମନେ କରୁଥିଲି ବୋଲି ଅନୁଭବ ପିଟିସନ୍‌ରେ ଦର୍ଶାଇଛନ୍ତି।

ଆହୁରି ପଢ଼ନ୍ତୁ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

You might also like