• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭୁବନେଶ୍ୱର: ଖୋର୍ଦ୍ଧାର ବିଜେପି ନେତା ମଙ୍ଗୁଳି ଜେନା ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ହେବ। ଭାରପ୍ରାପ୍ତ ଡିଜିପି ବି.କେ. ଶର୍ମା ଆଜି ଏହି ସୂଚନା ଦେଇଛନ୍ତି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ପ୍ରମୋଦ ରଥଙ୍କୁ ତଦନ୍ତ ଦାୟିତ୍ୱ ଦିଆଯାଇଛି। ଏଥିସହ ଆଇଜି ଅରୁଣ ବୋଥ୍ରା ଏହାର ତତ୍ୱାବଧାନ କରିବେ।

ରବିବାର ରାତିରେ ଖୋର୍ଦ୍ଧା ନବୀନବାଗରେ ଥିବା ବିଜେପି କାର୍ଯ୍ୟାଳୟ ନିକଟରେ ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଜଣେ ଦୁର୍ବୃତ୍ତ ସ୍କୁଟିରେ ‌ଆସି ତାଙ୍କୁ ଗୁଳି କରିଥିବା ପ୍ରତ୍ୟକ୍ଷଦର୍ଶୀ କହିଥିଲେ। ରାଜନୈତିକ ଶତ୍ରୁତା ଯୋଗୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଥିବା ବେଳେ ହତ୍ୟାକାଣ୍ଡ ପଛରେ ବିଜେଡି କର୍ମୀଙ୍କ ହାତ ଥିବା ବିଜେପି ଅଭିଯୋଗ କରିଥିଲା। କିନ୍ତୁ ବିଜେଡି ଏହି ଅଭିଯୋଗକୁ ଖଣ୍ଡନ କରିଥିଲା।

ସୂଚନାଯୋଗ୍ୟ, ମଙ୍ଗୁଳି ଜେନାଙ୍କ ହତ୍ୟା ପ୍ରତିବାଦରେ ଗତକାଲି ବିଜେପି ପକ୍ଷରୁ ଖୋର୍ଦ୍ଧା ବନ୍ଦ ଡାକରା ଦିଆଯାଇଥିଲା। ବିଜେପିର କର୍ମୀମାନେ ଗତକାଲି ଟାଉନଥାନା ଆଗରେ ଧାରଣାରେ ବସିଥିଲେ।

Cbi-investigetion-on-manguli-jena-murder-case-1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories