ଭୁବନେଶ୍ୱର: ବାତ୍ୟା ଫୋନିରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ଆସନ୍ତାକାଲି ଓଡ଼ିଶା ଆସୁଛି କେନ୍ଦ୍ରୀୟ ଟିମ୍ । ବାତ୍ୟା ପୁନରୁଦ୍ଧାର ପ୍ରସଙ୍ଗରେ କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସମୀକ୍ଷା ବୈଠକ ପରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ଶକ୍ତି ସଚିବଙ୍କ ନେତୃତ୍ୱରେ ଏହି ଟିମ୍ ଓଡ଼ିଶା ଆସୁଛନ୍ତି। ଏହି ଟିମରେ ଟେଲିକମ, ବ୍ୟାଙ୍କିଙ୍ଗ ବ୍ୟାପାର ସଚିବ ଓ ଅଧିକାରୀ ମଧ୍ୟ ସାମିଲ ହୋଇଛନ୍ତି । ଆସନ୍ତା ସପ୍ତାହରେ ଗୃହ ବିଭାଗର ଏକ ଟିମ୍ ମଧ୍ୟ ଓଡ଼ିଶା ଆସିବ । ଆଜି ନୂଆଦିଲ୍ଲୀରେ ଅନୁଷ୍ଠିତ ବୈଠକରେ ଫୋନି କ୍ଷୟକ୍ଷତି ନେଇ ବିସ୍ତୃତ ଆଲୋଚନା କରାଯାଇଛି।