ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ   

ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ

ଗଞ୍ଜାମ : ଗଞ୍ଜାମ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋପାଳପୁରରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଉନ୍ନତିକୃତ ନୂଆ ବର୍ଥର ଉଦ୍‌ଘାଟନ କରିଛନ୍ତି । ଏହାପରେ ଶେରଗଡ଼ରେ ୧୭୨ କୋଟି ଟଙ୍କାର ହରଭଙ୍ଗୀ ଜଳସେଚନ ପ୍ରକଳ୍ପର ଉନ୍ନତିକରଣ ଓ ସଂପ୍ରସାରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ  କରିଛନ୍ତି ।

ଏହାସହ ଶେରଗଡ଼ ଓ ହିଞ୍ଜିଳି ବ୍ଲକରେ ୧୧ଟି ଜଳ ଯୋଗାଣ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।  ଧରାକୋଟ ଓ ସାନଖେମୁଣ୍ଡି ବ୍ଲକର ୧୩ଟି ପାଇପ୍ ଜଳ ଯୋଗାଣ ପ୍ରକଳ୍ପର ବି ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।

 

 

 

 

You might also like