ଆଜି ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ମିଶନ ଶକ୍ତି କାର୍ଯ୍ୟକ୍ରମ

ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତ କରିବେ। ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ଆୟୋଜିତ ଏହି ମହାସମାବେଶରେ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ଯୋଗଦେବେ।

ମହିଳାଙ୍କ ସଶକ୍ତିକରଣ ସହିତ ସେମାନଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ଏହାର ମୁଖ୍ୟ ଲକ୍ଷ୍ୟ ବୋଲି ମନ୍ତ୍ରୀ ମହେଶ୍ୱର ମହାନ୍ତି କହିଛନ୍ତି।

ନୂତନ ସ୍ୱୟଂ ସହାୟକ ଗୋଷ୍ଠୀକୁ ୧୫ ହଜାର ଟଙ୍କାର ସିଡ୍‌ ମନି ପ୍ରଦାନ କରାଯିବ। ସେହିପରି ଡିଜିଟାଲ୍‌ କ୍ଷେତ୍ରରେ ସଶକ୍ତିକରଣ ପାଇଁ ପ୍ରତି ଗୋଷ୍ଠୀକୁ ୩ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ।ଏଥିସହ ପ୍ରତି ବ୍ଲକ୍‌ ସ୍ତରୀୟ ମହାସଂଘ ନିମନ୍ତେ ୨୫ ଲକ୍ଷ ଟଙ୍କାର ସହାୟତା ପାଣ୍ଠି ପ୍ରଦାନ କରାଯିବ।

You might also like