ନୂଆବର୍ଷରେ ପୁରୀ ଶ୍ରୀମନ୍ଦିର ଗଲେ ମୁଖ୍ୟମନ୍ତ୍ରୀ

ପୁରୀ : ନୂଆବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଯାଇ ଶ୍ରୀମନ୍ଦିରରେ କେବଳ ପତିତପାବନଙ୍କୁ ଦର୍ଶନ କରି ଫେରିଛନ୍ତି।  ସେ ଶ୍ରୀମନ୍ଦିର ଭିତରକୁ ନଯାଇ ସିଂହଦ୍ୱାର ଗୁମୁଟରେ ପତିତପାବନଙ୍କୁ ଦର୍ଶନ କରିଥିଲେ।

ଏହି ଅବସରେ ସମସ୍ତଙ୍କୁ ନୂଆବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏହାପରେ ସ୍ୱର୍ଗଦ୍ୱାରକୁ ଯାଇ ସେ ବିଜୁ ପଟ୍ଟନାୟକଙ୍କ ସ୍ମୃତିପୀଠରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

You might also like