ବଢୁଛି ନଦୀର ଜଳସ୍ତର: ଆଲର୍ଟ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ହେତୁ ବନ୍ୟା ପ୍ରସଙ୍ଗରେ ଜିଲ୍ଲାପାଳମାନଙ୍କ ସହ ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ୧୦ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ସମୀକ୍ଷା ପରେ ମୁଖ୍ୟ ସଚିବଙ୍କ ସୂଚନା ଦେଇଛନ୍ତି ଯେ, ଗତ ୩ ଦିନରେ ମାଲକାନଗିରିରେ ସର୍ବାଧିକ ୪୬୩.୨ ମିମି ବର୍ଷା ହୋଇଛି। କିଛି କିଛି ଖାଲୁଆ ଅଞ୍ଚଳରେ ପାଣି ଜମିଥିଲା, ଏବେ ସ୍ଥିତି ସ୍ୱାଭାବିକ ରହିଛି। କ୍ଷୟକ୍ଷତି ନେଇ ଜିଲ୍ଲାପାଳମାନେ ଖୁବ୍‌ଶୀଘ୍ର SRCଙ୍କୁ ରିପୋର୍ଟ ଦେବେ। ୨୪ ଘଣ୍ଟା ଆଲର୍ଟ ରହିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ୧୮ରେ ଆଉ ଏକ ଲଘୁଚାପ ଆସିବାର ଅଛି, ସ୍ପଷ୍ଟ ହେଲେ ବ୍ୟବସ୍ଥା ହେବ ମୁଖ୍ୟ ସଚିବ କହିଛନ୍ତି।

ବନ୍ୟା ପରିସ୍ଥିତିକୁ ରାଜ୍ୟ ସରକାର ସତର୍କ ରହିଛନ୍ତି। ସମସ୍ତ ଜିଲ୍ଲାପାଳଙ୍କୁ ପ୍ରସ୍ତୁତ ରଖାଯାଇଛି। ନଦୀରେ ଜଳସ୍ତର ବଢ଼ୁଥିବାରୁ ଏଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି। ମାଲକାନଗିରିରେ ଏବେ ପରିସ୍ଥିତି ନିୟନ୍ତ୍ରଣରେ ରହିଛି।

ସେହିପରି ଆସୁଥିବା ଲଘୁଚାପକୁ ନେଇ ବିଭାଗ ସଜାଗ ଥିବା ମନ୍ତ୍ରୀ କହିଛନ୍ତି। ଫସଲ ଜନିତ କ୍ଷୟକ୍ଷତିର ରିପୋର୍ଟ ମଗାଯାଇଥିବା ସେ କହିଛନ୍ତି। ସେପଟେ ଲଘୁଚାପ ବର୍ଷାଯୋଗୁଁ କିଛି ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା କୃଷିମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। SRC ଓ କୃଷି ବିଭାଗ ପକ୍ଷରୁ ବନ୍ୟା ଯୋଗୁଁ ଚାଷଜମି କ୍ଷୟକ୍ଷତିର ରିପୋର୍ଟ ମଗାଯାଇଛି। କୃଷକମାନଙ୍କୁ ବନ୍ୟା କ୍ଷୟକ୍ଷତି ସହାୟତା ଯୋଗାଇ ଦେବାପାଇଁ କୃଷି ବିଭାଗ ପ୍ରସ୍ତୁତ ଅଛି ବୋଲି କୃଷିମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

You might also like