• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ଆକାଶ ମେଘାଚ୍ଛନ୍ନ ରହିଛି। ଏଥିସହ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨-୩ ଦିନ ପର୍ଯ୍ୟନ୍ତ ପାଗ କୋହଲା ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

୮ ରୁ ୯ ତାରିଖ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିସବୁ ଜିଲ୍ଲା ଗୁଡ଼ିକ ହେଉଛି ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, ମାଲକାନଗିରି, କେନ୍ଦ୍ରାପଡ଼ା, କଟକ ଓ ବାଲେଶ୍ୱର।

ଅନ୍ୟପକ୍ଷେ ମାଲକାନଗିରି, କୋରାପୁଟ, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, ଗଜପତି ଓ ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ଆଜି ଓ ଆସନ୍ତାକାଲି କାଳବୈଶାଖୀ ପ୍ରଭାବ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ଅନ୍ୟପକ୍ଷେ, ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆହୁରି ମଧ୍ୟ ପଢ଼ନ୍ତୁ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ

Clody-weather-likely-to-prevail-across-odisha-for-next-3-days
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories