ଭୁବନେଶ୍ୱର: ମାଟ୍ରିକ୍ ପରୀକ୍ଷାରେ ସଫଳତା ପାଇଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି।
ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ମାଟ୍ରିକ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।
ଦଶମ ବୋର୍ଡ ପରୀକ୍ଷାର କୃତୀ ଛାତ୍ରଛାତ୍ରୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ସମସ୍ତଙ୍କ ଉଜ୍ଜ୍ଵଳ ଭବିଷ୍ୟତ କାମନା କରୁଛି।
Congratulate all students who matriculated today. Best wishes for your future. pic.twitter.com/BKrzMYd3H6— Naveen Patnaik (@Naveen_Odisha) 21 May 2019
ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷାରେ ପାସ୍ ହାର ୭୦.୭୮ ପ୍ରତିଶତ ରହିଛି। ଝାରସୁଗୁଡ଼ା ଜିଲ୍ଲାରେ ପାସ୍ ହାର ସର୍ବାଧିକ ରହିଛି। ଝାରସୁଗୁଡ଼ାରେ ପାସ୍ ହାର ୮୫. ୪୮ ପ୍ରତିଶତ ରହିଛି। ସେହିପରି କୋରାପୁଟରେ ପାସ୍ ହାର ସର୍ବନିମ୍ନ ୫୦.୬୧ ପ୍ରତିଶତ ରହିଛି।
ଚଳିତ ବର୍ଷ ମୋଟ୍ ୩ ଲକ୍ଷ ୯୭ ହଜାର ୧୨୫ ମାଟ୍ରିକ୍ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୫ ହଜାର ଛାତ୍ରୀ ଥିବାବେଳେ , ୧ ଲକ୍ଷ ୯୧ ହଜାର ୬୫୫ ଛାତ୍ର ଅଛନ୍ତି।