• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଭୁବନେଶ୍ୱର: ଅଦୃଶ୍ୟ ଭାଇରସର ମାୟାଜାଲ ଏବେ ବି ଲୋକଙ୍କୁ କବଳିତ କରିଚାଲିଛି । କିଛି ମାସର ବ୍ୟବଧାନ ପରେ ପୁଣି ଥରେ କରୋନା ମହାମାରୀ କଡ଼ ଲେଉଟାଇଲାଣି। ଏପରି ସ୍ଥିତିରେ ମାସ୍କ କିପରି ପିନ୍ଧିବା, ସେ ସମ୍ପର୍କରେ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।  ମହାମାରୀ ବଢ଼ିଚାଲିଥିବା ବଳେ ଭିଡ଼ ଜାଗାରେ ବି ଲୋକଙ୍କ ବେପରୁଆ ପଣ ସ୍ପଷ୍ଟ ବାରି ହୋଇପଡ଼ୁଛି। ତେଣୁ ବାହାରକୁ ଗଲେ ମାସ୍କ୍‍ ନିଶ୍ଚୟ ପିନ୍ଧିବା । ବେକରେ ଝୁଲାଇକରି ନୁହେଁ, ବରଂ ଠିକ୍‍ ଭାବରେ ପାଟି ଓ ନାକକୁ ଘୋଡାଇ ମାସ୍କ ପିନ୍ଧିବା । ପୂର୍ବପରି ଘରକୁ ଫେରିଲେ ସାବବରେ ଭଲକରି ହାତ ଧୋଇବା । ମୁଁହ, ନାକ ଓ ଆଖିରେ ବାରମ୍ବାର ହାତ ମାରିବା ନାହିଁ । ସମାଜିକ ଦୂରତ୍ୱ ରକ୍ଷାକରି ହାଟ ବଜାର ଆଦି ସ୍ଥାନକୁ ଯିବା ଏବଂ ଅନାବଶ୍ୟକ ଭାବରେ ବାହାରେ ବୁଲାବୁଲି କରିବା ନାହିଁ ବୋଲି ପରାମର୍ଶ ଦେଇଛନ୍ତି ନବୀନ ।

ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଅନୁରୋଧ କରି କହିଛନ୍ତି, ସମସ୍ତେ ପୂର୍ବଭଳି କୋଭିଡ଼୍‍ ଗାଇଡ୍‍ଲାଇନ୍‍କୁ କଡ଼ାକଡ଼ି ଭାବରେ ପାଳନ କରିଚାଲିବା । ମହାରାଷ୍ଟ୍ର, ପଞ୍ଜାବ, ଛତିଶଗଡ଼, ମଧ୍ୟପ୍ରଦେଶ ଆଦି କେତେକ ରାଜ୍ୟରେ ସ୍ଥିତି ଏବେ ବିଗିଡ଼ିବାରେ ଲାଗିଛି । ମହାରାଷ୍ଟ୍ରର କେତେକ ଅଞ୍ଚଳରେ ଲକ୍‍ଡାଉନ୍‍ ପୁଣି ଫେରିଛି । ଲକ୍‍ଡାଉନ୍‍ ସମୟର କଷ୍ଟ ଆମ ସ୍ମୃତିରେ ଏବେ ବି ତାଜା ଅଛି । ରାଜ୍ୟର ଅର୍ଥନୀତି, ଲୋକଙ୍କ ସାମାଜିକ ଜୀବନ, ପିଲାମାନଙ୍କ ପାଠ ପଢ଼ା ସବୁ କ୍ଷେତ୍ରକୁ ଏହା ଗଭୀର ଭାବରେ ପ୍ରଭାବିତ କରିଛି । ଜନତାଙ୍କ ତ୍ୟାଗ ଓ ସହଯୋଗ ଯୋଗୁଁ ବର୍ତ୍ତମାନ ରାଜ୍ୟ ସ୍ୱଭାବିକ ଅବସ୍ଥାକୁ ଫେରିଛି । ତେବେ ଏପରି ଅବସ୍ଥାରେ ଲକ୍‍ଡାଉନ୍‍କୁ ଫେରିବା ଆଉ ଉଚିତ ନୁହେଁ । ଲକ୍‍ଡାଉନ୍‍କୁ ନଫେରିବାର ଗୋଟିଏ ମାତ୍ର ଉପାୟ ହେଉଛି ସତର୍କତା । ସତର୍କ ରହିଲେ ଲକ୍‍ଡାଉନ୍‍ ଭଳି ସ୍ଥିତି ଉପୁଜିବ ନାହିଁ ।

ବର୍ତ୍ତମାନ ରାଜ୍ୟରେ କରୋନା ଟୀକାକରଣ ସଫଳ ଭାବରେ ଚାଲିଛି । ଏ ଦିଗରେ ଜନତାଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ବିରୋଧୀ ଲଢ଼େଇରେ ରାଜ୍ୟ ତଥା ଦେଶ ଅନେକ ଯୋଦ୍ଧାଙ୍କୁ ହରାଇଛି।  ସେମାନଙ୍କର ପରିବାର ଆଖିରୁ ଆଜି ମଧ୍ୟ ଲୁହ ଶୁଖି ନାହିଁ । ସେହି ଯୋଦ୍ଧାମାନଙ୍କର ବଳିଦାନକୁ ଆମେ କେବେ ବି ବ୍ୟର୍ଥ ଯିବାକୁ ଦେବାନାହିଁ । ସତର୍କ ରହିବା ହିଁ ସହିଦ୍‍ କରୋନା ଯୋଦ୍ଧାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଚଳି । କରୋନା ନିୟମାବଳୀର ଅନୁପାଳନକୁ କଡ଼ାକଡ଼ି ଭାବରେ ତଦାରଖ କରିବା ପାଇଁ ପ୍ରଶାସନ ଓ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ତେଣୁ ନିଜେ ସତର୍କ ରହିବା ହିଁ ସବୁଠାରୁ ଭଲ ।

Cm-naveen-patnaik-says-how-to-wear-mask
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories