ଘରକୁ ଘର ବୁଲି କୋଭିଡ୍ ପରିସ୍ଥିତି ପର୍ଯ୍ୟବେକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଆଜି କୋଭିଡ ଯୋଦ୍ଧାଙ୍କୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନସିଂ ଜରିଆରେ ଚାଲିଥିବା ଏକ କର୍ମଶାଳାରେ ଯୋଗଦେଇ ନବୀନ ସ୍ୱାସ୍ଥ୍ୟକର୍ମୀଙ୍କୁ ସମ୍ବୋଧିତ କରିଛନ୍ତି।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା କମ୍ କରିବା ଏବଂ ସୁସ୍ଥତା ହାର ବୃଦ୍ଧି କରିବା କ୍ଷେତ୍ରରେ ଉଲ୍ଲେଖନୀୟ କାମ କରିଥିବାରୁ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ। କୋଭିଡ୍ ପରିସ୍ଥିତି ପର୍ଯ୍ୟବେକ୍ଷଣ ପାଇଁ ସମନ୍ୱିତ ଅଭିଯାନ ଆରମ୍ଭ କରିବାକୁ ସେ CDMO ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଘରକୁ ଘର ବୁଲି ପର୍ଯ୍ୟବେକ୍ଷଣ କରିବାକୁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଯକ୍ଷ୍ମା, ମ୍ୟାଲେରିଆ, ଡାଇରିଆ ସଂପର୍କରେ ମଧ୍ୟ ପର୍ଯ୍ୟବେକ୍ଷଣ କରିବାକୁ ନିର୍ଦ୍ଦେଶ ରହିଛି।

ମୌସୁମୀ ଆସୁଥିବାରୁ କୋଭିଡ୍ ନିୟନ୍ତ୍ରଣ କ୍ଷେତ୍ରରେ ଆଗାମୀ କିଛି ସପ୍ତାହ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏହି ଅବସରରେ କହିଛନ୍ତି ନବୀନ।

କରୋନା ଲଢ଼େଇରେ ଆଗ ଧାଡ଼ିର ଯୋଦ୍ଧା, ଯେମିତିକି ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀ, ଆଶା କର୍ମୀ, ସରପଞ୍ଚ, ଶିକ୍ଷକ ଓ ପୋଲିସ୍ କର୍ମଚାରୀ ବି ଏହି ମହାମାରୀରେ ନିୟମିତ ଆକ୍ରାନ୍ତ ହେଉଛନ୍ତି। ଗତକାଲି ଭୁବନେଶ୍ୱର ଏମ୍‌ସର ୪ ଡାକ୍ତରଙ୍କ ଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ଏମ୍‌ସର ନିର୍ଦ୍ଦେଶିକା ବି. ଗୀତାଞ୍ଜଳି। ୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ହେଉଛନ୍ତି ସିନିୟର ରେସିଡେଣ୍ଟ ଡାକ୍ତର ଓ ଜଣେ ଜୁନିୟର ଡାକ୍ତର ଅଛନ୍ତି।

ସେହିପରି ବ୍ରହ୍ମପୁର ବଡ଼ ମେଡିକାଲ୍‌ରେ ୪ ଜଣ ଡାକ୍ତର ଓ ୮ ଜଣ ନର୍ସ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ସଂସ୍ପର୍ଶରେ ପ୍ରାୟ ୩୦ ଜଣ ଡାକ୍ତର ଓ ୧୦ ଜଣ ନର୍ସ ଆସିଥିବା କୁହାଯାଉଛି।

ସେହିପରି ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର ଓ ନର୍ସ ପଜିଟିଭ୍‌ ଚିହ୍ନଟ ହୋଇଥିଲେ।
ଯେଉଁମାନେ ଆଗଧାଡ଼ିରେ କାମ କରୁଛନ୍ତି ସେମାନଙ୍କୁ ଅଧିକ ଯତ୍ନବାନ ହୋଇ ଗାଇଡ୍ ଲାଇନ୍‌କୁ ମାନି କାମ କରିବାକୁ ପଡ଼ିବ ବୋଲି ବିଶେଷଜ୍ଞ କହିଛନ୍ତି। ପୂର୍ବରୁ ରାଉରକେଲା ସରକାରୀ ହସ୍ପିଟାଲର ମଧ୍ୟ ୨ଜଣ ଆରଜିଏଚ ଡାକ୍ତରଙ୍କ ଠାରେ କରୋନା ଭୂତାଣୁ ଚିହ୍ନଟ ହୋଇଥିଲା।

ଆହୁରି ପଢ଼ନ୍ତୁ

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

You might also like