ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଂଜାମ ଗସ୍ତ

ବ୍ରହ୍ମପୁର  :  ବିଜେଡି ଫୋକସରେ ଗଂଜାମ। ଆଜି ବ୍ରହ୍ମପୁର ସ୍ଥିତ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍ ପଡିଆରେ ଅନୁଷ୍ଠିତ ଚାଷୀ ସମାବେଶରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହି ଅବସରରେ ଗଂଜାମ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ଅନେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୧୦୧୧ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି। ଏହାସହ କାଳିଆ ଯୋଜନାରେ ସହାୟତା ରାଶି ମଧ୍ୟ ପ୍ରଦାନ କରିଛନ୍ତି।

ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।

 

 

You might also like