କୋଭିଡ ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର:  ବୟସ୍କ ଓ ବହୁବିଧ ରୋଗରେ ପୀଡ଼ିତ ଲୋକଙ୍କ ପାଇଁ ଆଜିଠୁ ଆରମ୍ଭ ହୋଇଛି ଟିକାକରଣ କାର୍ଯ୍ୟକ୍ରମ । ୬୦ ବର୍ଷରୁ ଅଧିକ ବୟସର ଲୋକେ ପରିଚୟପତ୍ର ଦେଖାଇ ଟିକା ନେଇପାରିବେ । ୪୫ ବର୍ଷରୁ ଅଧିକ ଓ ୬୦ ବର୍ଷର କମ୍ ବୟସର ଲୋକେ ଯେଉଁମାନେ କି ବହୁବିଧ ରୋଗରେ ପୀଡ଼ିତ, ସେମାନେ ଡାକ୍ତରୀ ସାର୍ଟିଫିକେଟ ଦେଖାଇବେ। ଉଭୟ ସରକାରୀ ଓ ପ୍ରାଇଭେଟ ହସ୍ପିଟାଲରେ ଟିକା ଦିଆଯିବାର ବ୍ୟବସ୍ଥା କରାଯାଇଛି।

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ ଟିକା ନେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକା ନେଇଛନ୍ତି । ବିଧାନସଭା ଚିକିତ୍ସାଳୟରେ ସେ ଏହି ଟିକା ନେଇଛନ୍ତି।

ସୂଚନାଥାଉ କି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନୂଆଦିଲ୍ଲୀ ସ୍ଥିତ ଏମ୍ସରେ କରୋନା ଟିକା କୋଭାକ୍ସିନ୍‌ର ପ୍ରଥମ ଡୋଜ୍ ନେଇଛନ୍ତି। ପୁଡୁଚେରୀର ସିଷ୍ଟର ପି. ନିଭେଦା ପ୍ରଧାନମନ୍ତ୍ରୀଙ୍କୁ ଟିକା ଦେଇଛନ୍ତି। ଟିକା ନେବା ବେଳର ଏକ ଫଟୋ ସୋସିଆଲ୍‌ ମିଡିଆରେ ପୋଷ୍ଟ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ।

ସୂଚନାଥାଉ କି, ଆଜିଠାରୁ ୬୦ ବର୍ଷରୁ ଅଧିକ ବୟସର ଲୋକେ ପରିଚୟପତ୍ର ଦେଖାଇ ଟିକା ନେଇପାରିବେ ବୋଲି ସୂଚନା ରହିଛି। ୪୫ ବର୍ଷରୁ ଅଧିକ ଓ ୬୦ ବର୍ଷର କମ୍ ବୟସର ଲୋକେ ଯେଉଁମାନେ କି ବହୁବିଧ ରୋଗରେ ପୀଡ଼ିତ, ସେମାନେ ଡାକ୍ତରୀ ସାର୍ଟିଫିକେଟ ଦେଖାଇବେ। ଉଭୟ ସରକାରୀ ଓ ପ୍ରାଇଭେଟ ହସ୍ପିଟାଲରେ ଟିକା ଦିଆଯିବାର ବ୍ୟବସ୍ଥା କରାଯାଇଛି।

ସୂଚନାଥାଉ କି, ଆଜିଠାରୁ  ଭୁବନେଶ୍ୱରର ୨୨ଟି ହସ୍ପିଟାଲରେ ଟିକା ଦିଆଯିବା ନେଇ ସୂଚନା ଦେଇଛନ୍ତି ବିଏମସି କମିଶନର।  ୨୦ ପ୍ରକାର ରୋଗରେ ଆକ୍ରାନ୍ତ ୪୫ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ପ୍ରଥମେ  ମିଳିବ ଟିକା। ସମ୍, କିମ୍ସ, କଳିଙ୍ଗ, ବ୍ଲ ହ୍ୱିଲ୍, ଆଦିତ୍ୟ, ଅଶ୍ୱିନୀ, ଆମ୍ରି, ଉତ୍କଳ, ନୀଳାଚଳ, କେୟାର, ହାଇଟେକ୍ ଆଦି ଘରୋଇ ହସ୍ପିଟାଲରେ ଟିକା ଦେବା ପାଇଁ ବିଏମସି ପକ୍ଷରୁ ପ୍ରସ୍ତୁତି କରାଯାଇଛି। ସରକାରୀ ହସ୍ପିଟାଲରେ ଟିକା ସଂପୂର୍ଣ୍ଣ ମାଗଣାରେ ଦିଆଯାଉଥିବା ବେଳେ ଘରୋଇ ହସ୍ପିଟାଲରେ ଟିକା ପାଇଁ ସର୍ଭିସ ଚାର୍ଜ ୧୦୦ ଟଙ୍କା ଦେବାକୁ ପଡ଼ିବ।

You might also like