ସାମାନ୍ୟ ହେଳା ବଡ଼ ବିପଦ ସୃଷ୍ଟି କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାତ୍ୟା ୟାସ୍ ନେଇ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ ଆମକୁ ଏକ ସମୟରେ ଦୁଇଟି ବଡ଼ ବିପଦର ମୁକାବିଲା କରିବାକୁ ହେବ। ଗତବର୍ଷ ଆମେ କୋଭିଡ଼ ସହ ଅମ୍ପନ ବାତ୍ୟାକୁ ସାମ୍ନା କରିଥିଲେ। ବାତ୍ୟା ଓଡ଼ିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସାବଧାନ ରହିବାକୁ ହେବ। ସାମାନ୍ୟ ଅବହେଳା ଆମ ପାଇଁ ବଡ଼ ବିପଦ ସୃଷ୍ଟି କରିବ ବୋଲି ନବୀନ କହିଛନ୍ତି। ବାତ୍ୟା ଓ କୋଭିଡ଼ର ମୁକାବିଲା କରିବାକୁ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ଆପଣମାନଙ୍କ ସହଯୋଗ ହିଁ ଆମ ପ୍ରସ୍ତୁତିକୁ ମଜବୁତ କରିବ।

ବାତ୍ୟା ୟାସ୍ ର ସମସ୍ତ ଲାଇଭ ଉପଡେଟ୍ ପଢନ୍ତୁ

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ ସାଢ଼େ ୪ କୋଟି ଓଡ଼ିଶାବାସୀ ମୋ ପରିବାର। ମୋ ପରିବାରର ନିରାପତ୍ତା ମୋ ପାଇଁ ପ୍ରାଥମିକତା। ଆଶ୍ରୟସ୍ଥଳୀ ବା ନିରାପଦ ସ୍ଥାନକୁ ଯିବାକୁ ନବୀନ ନିବେଦନ କରିଛନ୍ତି। କରୋନା ସମୟରେ ଆମକୁ ଅଧିକ ସାବଧାନ ରହିବାକୁ ହେବ। ଆଶ୍ରୟସ୍ଥଳୀରେ ବା ଘରେ ବାତ୍ୟା ବେଳେ ଦୁଇଟି ମାସ୍କ ପିନ୍ଧନ୍ତୁ। ସମସ୍ତେ ଦୁଇ ବିପଦ ବିରୋଧରେ ଏକାଠି ଲଢ଼ିବା ଓ ନିଶ୍ଚିତ ଜିତିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

You might also like