ବନ୍ୟା ସମୀକ୍ଷା ପରେ ରିଲିଫ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅାଜି ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ବନ୍ୟା ପରିସ୍ଥିତି ନେଇ ଅାଲୋଚନା କରିଛନ୍ତି।

ବନ୍ୟା ପ୍ରଭାବିତ ଅଞ୍ଚଳ ପାଇଁ ୭ ଦିନର ରିଲିଫ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏ ବାବଦରେ ପ୍ରୌଢ଼ମାନଙ୍କୁ ଦୈନିକ ୬୦ଟଙ୍କା ଏବଂ ୧୨ ବର୍ଷରୁ କମ୍ ପିଲାଙ୍କୁ ଦୈନିକ ୪୫ ଟଙ୍କା ହିସାବରେ ରିଲିଫ୍ ମିଳିବ।

ଗୃହପାଳିତ ପଶୁଙ୍କୁ ମାଗଣାରେ ଚିକିତ୍ସା ଓ ଟୀକାକରଣ କରାଯିବ। ତେବେ ସପ୍ତାହକ ମଧ୍ୟରେ କ୍ଷୟକ୍ଷତି ଅାକଳନ କରି ରିପୋର୍ଟ ଦେବାକୁ ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟାରେ ୩ଟି ଜିଲ୍ଲାର ସାଢ଼େ ୭ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି।

You might also like