ସ୍କୁଲ ଫି କମାଅ କିମ୍ବା ସ୍ଥଗିତ ରଖ-ଘରୋଇ ସ୍କୁଲକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: କରୋନା ଲକ୍‌ଡାଉନ୍‌ ଯୋଗୁ ଲୋକେ ଘରୁ ବାହାରୁ ନାହାନ୍ତି। ଦୋକାନ, ବଜାର ବନ୍ଦ। କଳକାରଖାନା ବି ବନ୍ଦ। ସାରା ଦେଶର ଅର୍ଥନୀତି ଦୋହଲି ଯାଇଛି। ପରିସ୍ଥିତିକୁ ଦେଖି  ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ପିଲାଙ୍କ ସ୍କୁଲ ଫି କମାଇବା ପାଇଁ ନଚେତ  ସ୍ଥଗିତ ରଖିବା ପାଇଁ ରାଜ୍ୟର ସମସ୍ତ ଘରୋଇ ସ୍କୁଲକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏକ ଟ୍ୱିଟ ଯୋଗେ କୁହାଯାଇଛି, କରୋନା ଯୋଗୁ ଅଭିଭାବକଙ୍କ ଆୟ ଉପରେ ପ୍ରଭାବ ପଡିଛି। ତେଣୁ ସ୍କୁଲ ଫି ଏହି ବୋଝକୁ ଆହୁରି ବଢାଇବ। ବିପତ୍ତିବେଳେ ସହାନଭୂତିଶୀଳ ହୋଇ ଫି କମାଇବା କିମ୍ବା ବିଳମ୍ବରେ ନେବାକୁ  ସିଏମଓ ପକ୍ଷରୁ କୁହାଯାଇଛି।

ସୂଚନାଥାଉ କି, କରୋନା ପାଇଁ ୨୧ ଦିନିଆ ଲକ୍‌ଡାଉନ ଏପ୍ରିଲ ୧୪ରେ ସରୁଥିବାବେଳେ ରାଜ୍ୟ ସରକାର ଏହାର ଅବଧି ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ବଢାଇ ଦେଇଛନ୍ତି।

You might also like