ସରପଞ୍ଚ ନେଲେ ଶପଥ-‘ପଞ୍ଚାୟତରେ କରୋନା ପଶିବାକୁ ଦେବୁ ନାହିଁ’

ଭୁବନେଶ୍ୱର: କରୋନା ମୁକାବିଲା ନେଇ ରାଜ୍ୟର ସମସ୍ତ ସରପଞ୍ଚଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ଆଜି ଭିଡିଓ କନଫରେନ୍ସିଂରେ ଆଲୋଚନା ବେଳେ ସରପଞ୍ଚଙ୍କୁ ଶପଥ ପାଠ କରାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଲୋକଙ୍କୁ କରୋନା ସମ୍ପର୍କରେ ଅବଗତ କରିବା ସହ ଏହାକୁ ରୋକିବା ନେଇ ରୋକିବା ନେଇ ପଦକ୍ଷେପ ନେବାକୁ ସରପଞ୍ଚ ଶପଥ ପାଠ କରିଛନ୍ତି।  କିପରି ଅନ୍ୟ ରାଜ୍ୟରୁ ଆସୁଥିବା ଲୋକଙ୍କୁ କ୍ୱାରେଣ୍ଟିନରେ ରଖାଯିବ ଏବଂ ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ସବିଶେଷ  ତଥ୍ୟ ନେବା ସେ ନେଇ ସରପଞ୍ଚମାନେ ଶପଥ ନେଇଛନ୍ତି।

ଏହାସହ ସରପଞ୍ଚମାନେ ପଞ୍ଚାୟତରେ କରୋନା ପଶିବାକୁ ଦେବେ ନାହିଁ ବୋଲି ଆଜି ଶପଥ ନେଇଛନ୍ତି।  ମୋଟ ୬ ହଜାର ୭ ଶହ ୯୮ ପଞ୍ଚାୟତର ସରପଞ୍ଚଙ୍କ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ ଆଜି ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ। ସୂଚନାଥାଉ କି, ପୂର୍ବରୁ କରୋନା ମୁକାବିଲା କ୍ଷେତ୍ରରେ ସରପଞ୍ଚଙ୍କୁ ଜିଲ୍ଲାପାଳ କ୍ଷମତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like