ଭୁବନେଶ୍ୱର: ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ସପ୍ତାହେ ହେବ ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ବିଶେଷ କରି କନ୍ଧମାଳରେ ହାଡଭଙ୍ଗା ଶୀତର ପ୍ରଭାବ ଦେଖିବାକୁ ମିଳିଛି। ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳର ଦାରିଙ୍ଗବାଡିରେ ପାରଦ ୮ ଡିଗ୍ରୀକୁ ଖସି ଆସିଛି।
କୋରାପୁଟ, ବାଲେଶ୍ୱର କେନ୍ଦୁଝର ଓ ମୟୂରଭଞ୍ଜ ସମେତ ରାଜ୍ୟର ଅଧିଂକାଶ ସ୍ଥାନରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଉତ୍ତର ପୂର୍ବ ଦିଗରୁ ବାୟୁ ପ୍ରବାହ କାରଣରୁ ଆସନ୍ତା ୨ରୁ ୩ ଦିନ ଯାଏ ତାପାମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ କମ୍ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆହୁରି ମଧ୍ୟ ପଢ଼ନ୍ତୁ: ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି; ଦାରିଙ୍ଗବାଡିରେ ୧୦ ଡିଗ୍ରୀ ତଳେ ପାରଦ