ସୁକତେଲ ବ୍ରିଜ୍‌ ଭୁଶୁଡ଼ିବା ଘଟଣାରେ ନିର୍ବାହୀ ଯନ୍ତ୍ରୀ ସସ୍‌ପେଣ୍ଡ୍‌

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ସୁକତେଲ ବ୍ରିଜ୍‌ ଭୁଶୁଡ଼ିବା ଘଟଣାରେ ପାଟଣାଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ଆନ୍ଥୋନି କିଶାନଙ୍କୁ ସସ୍‌ପେଣ୍ଡ୍‌ କରାଯାଇଛି। ତାଙ୍କ ସ୍ଥାନରେ ନିର୍ବାହୀ ଯନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଆଚାର୍ଯ୍ୟଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ଗତ କିଛିଦିନ ତଳେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ସୁକତେଲ ବ୍ରିଜ୍‌ ଭୁଶୁଡ଼ି ଯିବା ଯୋଗୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା।

ସୂଚନାଯୋଗ୍ୟ, ୨୦୧୪ ମସିହା ଜାନୁଆରୀ ମାସରେ ୧୮୨ ମିଟର ଦୀର୍ଘ ବିଶିଷ୍ଟ ଏହି ବ୍ରିଜ୍‌ର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ମାତ୍ର ୧ ବର୍ଷ ୪ ମାସ ମଧ୍ୟରେ ଏହି ବ୍ରିଜ୍‌ର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲା। ଏଥିନିମନ୍ତେ ୭ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା।  ଧାର୍ଯ୍ୟ ସମୟ ପୂର୍ବରୁ ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଶେଷ ଏବଂ ଏହାର ଗୁଣବତ୍ତା ଯୋଗୁ ଠିକା ସଂସ୍ଥାକୁ ପୁରସ୍କୃତ କରାଯାଇଥିଲା। ହେଲେ ଏହାର ଗୋଟିଏ ପିଲର ଦବି ଯାଇଥିଲା।

ଗତ କିଛିଦିନ ତଳେ ମରାମତି କାମ ଚାଲିଥିବାବେଳେ‌ ବ୍ରିଜଟି ଭୁଶୁଡ଼ି ପଡ଼ିବାରୁ ଘଟଣାସ୍ଥଳରେ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ଘଟଣାସ୍ଥଳରେ ଉତ୍ତରାଞ୍ଚଳ ଡି.ଆଇ.ଜି ହିମାଂଶୁ ଲାଲ, ଗ୍ରାମ୍ୟ ନିର୍ମାଣ ବିଭାଗର ମୁଖ୍ୟ  ଯନ୍ତ୍ରୀ ପ୍ରମୁଖ ପହଞ୍ଚି ତଦନ୍ତ କରିଥିଲେ। ଉକ୍ତ ସମୟରେ ଠିକା ସଂସ୍ଥାର ଜଣେ କର୍ମଚାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ପାଟଣାଗଡ ପୁଲିସ୍‌।

 

ଆହୁରି ପଢ଼ନ୍ତୁ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

You might also like