କଂଗ୍ରେସ ଯୁବ ନେତାଙ୍କୁ ଆକ୍ରମଣ

ବାଲେଶ୍ୱର: ଯୁବ ନେତାଙ୍କୁ ଆକ୍ରମଣ। ବାଲେଶ୍ୱର ଜିଲ୍ଲାର ଜଣେ କଂଗ୍ରେସ ନେତାଙ୍କୁ ଦୁର୍ବୃତ୍ତମାନେ ଆକ୍ରମଣ କରିଛନ୍ତି। ତାଙ୍କ ନାଁ ଅଜଗର ଅଲ୍ଲୀ। ଦୁର୍ବୃତ୍ତ ଆକ୍ରମଣରେ ତାଙ୍କ ହାତରେ ଗଭୀର ଆଘାତ ଲାଗିଛି।

ସୂଚନା ଅନୁସାରେ, ଗତକାଲି ରାତି ପ୍ରାୟ ସାଢ଼େ ୧୦ଟା ବେଳେ ଅଲ୍ଲୀ ଘରକୁ ଫେରୁଥିବା ବେଳେ ୨ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ତାଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ପରେ ତାଙ୍କୁ କଟକ ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଥିଲା।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ ଆକ୍ରମଣ କରାଯାଇଥିବା ସନ୍ଦେହ କରାଯାଉଛି।

You might also like