ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

ବାଲେଶ୍ୱର: ରାଜ୍ୟରେ ଉପନିର୍ବାଚନ ପାଇଁ ରାଜନୀତି ସରଗରମ ଥିବା ବେଳେ କଂଗ୍ରେସ ଦଳକୁ ମଜଭୁତ କରିବାକୁ ଚଳାଇଛି ଉଦ୍ୟମ । ଆଜି ନବ ନିଯୁକ୍ତ ଜିଲ୍ଲା ସଭାପତିଙ୍କୁ ଭେଟି ଗୁରୁମନ୍ତ୍ର ଦେଇଛନ୍ତି ଦଳର ରାଜ୍ୟ ପ୍ରଭାରୀ ଚେଲ୍ଲାକୁମାର ।

ନବ ନିଯୁକ୍ତ ଜିଲ୍ଲା ସଭାପତିଙ୍କୁ ଏକାଠି କରି ଦଳ ପାଇଁ ଆଗାମୀ ରଣନୀତି ପ୍ରସ୍ତୁତ କରାଯାଇଛି।  ଏହି ଆଲୋଚନାରେ ପିସିସି ସଭାପତି ନିରଂଜନ ପଟ୍ଟନାୟକ, କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ପ୍ରମୁଖ ଉପସ୍ଥିତ ଥିଲେ ।

ଏବେ ଚାଲିଥିବା ଉପନିର୍ବାଚନ, ଆଗକୁ ଥିବା ପୌର ଓ ପଞ୍ଚାୟତ ନିର୍ବାଚନ ପାଇଁ ମଧ୍ୟ ରଣନୀତି ପ୍ରସ୍ତୁତ ହୋଇଛି ଦଳର ସଂଗଠନକୁ ମଜଭୁତ କରିବାକୁ ସବୁ ପ୍ରକାର ଚେଷ୍ଟା କରାଯିବ ବୋଲି ଦଳ ପକ୍ଷରୁ କୁହାଯାଇଛି।

You might also like