ଉପନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର: ଓଡ଼ିଶାରେ ହେବାକୁ ଥିବା ୨ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଉଭୟ ବାଲେଶ୍ୱର ଓ ତିର୍ତ୍ତୋଲ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ବାଲେଶ୍ୱର ପାଇଁ ମମତା କୁଣ୍ଡୁ କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି। ସେହିପରି  ତିର୍ତ୍ତୋଲ ପାଇଁ ହିମାଂଶୁ ଭୂଷଣ ମଲ୍ଲିକ କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି।

ବାଲେଶ୍ୱରରେ ପିସିସି ସଭାପତିଙ୍କ ପୁଅଙ୍କୁ ଟିକେଟ୍ ଦିଆଯାଇପାରେ ବୋଲି ଯେଉଁ ଚର୍ଚ୍ଚା ହେଉଥିଲା, ସେଥିରେ ଅନ୍ତ ଘଟିଛି। ବିଳମ୍ବରେ ହେଲେ ବି ଆଜି ପ୍ରାର୍ଥୀ ତାଲିକା ଘୋଷଣା କରି ବାଲେଶ୍ୱର ପାଇଁ  ମମତା କୁଣ୍ଡୁ ପ୍ରାର୍ଥୀ ହୋଇଛନ୍ତି।

ସେହିପରି ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା। ବାଲେଶ୍ୱର ସଦର ପାଇଁ ସ୍ୱରୂପ କୁମାର ଦାସ ଓ ତିର୍ତ୍ତୋଲ ପାଇଁ ବିଜୟ ଶଙ୍କର ଦାସଙ୍କୁ ବିଜେଡି ପ୍ରାର୍ଥୀ କରାଯାଇଛି। ସେହିପରି ବିଜେପିରୁ ମାନସ ଦତ୍ତଙ୍କୁ ପ୍ରାର୍ଥୀ କରାଯାଇଛି।

ବାଲେଶ୍ୱର ସସ୍‌ପେନ୍ସରେ ସର୍‌ପ୍ରାଇଜ୍ ଦେଇଥିଲେ ବିଜେଡି ସୁପ୍ରିମୋ। ଆଦୌ ଆଲୋଚନାରେ ନଥିବା ବ୍ୟକ୍ତିଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ପୂର୍ବତନ କାଉନସିଲର ସ୍ୱରୂପ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚର୍ଚ୍ଚାରେ ଅନେକ ନେତା ଥିଲେ ବି ସ୍ୱରୂପଙ୍କୁ ପ୍ରାର୍ଥୀ ଘୋଷଣା କରିଯାଇଛି।

ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା, ପତ୍ନୀ ସୁଭାଷିନୀ ଜେନା ଚର୍ଚ୍ଚାରେ ଥିଲେ। ଏମିତିକି ଜୀବନ ପ୍ରଦୀପ ଦାସ, ଅରୁଣ ଦେ, ଚଳଚ୍ଚିତ୍ର ଅଭିନେତା ଅରିନ୍ଦମ ରାୟଙ୍କ ନାଁ ବି ଚର୍ଚ୍ଚାରେ ରହିଥିଲା।

 

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like