କୋରାପୁଟ: କଣ୍ଟେନ୍‌ମେଣ୍ଟ ଜୋନରେ ଚାଲିଛି କଣ୍ଟାକ୍ଟ‌ ଟ୍ରେସିଂ

କୋରାପୁଟ: କୋରାପୁଟ ଜିଲ୍ଲାରେ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଦଶମନ୍ତପୁର ବ୍ଲକ ପୋଡ଼ାଗଡ଼ ପଞ୍ଚାୟତକୁ ଜିଲ୍ଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ପୋଡ଼ାଗଡ଼ର ୩ କିମି ପରିଧି ଅଞ୍ଚଳକୁ କଣ୍ଟେନମେଣ୍ଟ ଓ ୭ କିମି ପରିବ୍ୟାପ୍ତ ଅଞ୍ଚଳକୁ ବଫର ଜୋନ୍ ଭାବେ ଘୋଷଣା କରାଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ‌ ଟ୍ରେସିଂ ହେଉଥିବା କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଗତକାଲି ଜିଲ୍ଲାର ଦଶମନ୍ତପୁର ବ୍ଲକ୍‌ ଅନ୍ତର୍ଗତ ପୋଡ଼ାଗଡ଼ରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେ ଜଣେ ସ୍ୱାସ୍ଥ୍ୟ କର୍ମୀ। ସେ କିଛି ଦିନ ତଳେ କୋଲିକତାରୁ ଫେରିଥିଲେ। ଏହାପରେ ପ୍ରଶାସନ ପକ୍ଷରୁ ତାଙ୍କୁ ପୋଡ଼ାଗଡ଼ଠାରେ କ୍ୱାରେଣ୍ଟାଇନ୍‌ରେ ରଖାଯାଇଥିଲା। ଗତକାଲି ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା।

 

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

You might also like