ଆଖି ବୁଜିଲେ ୧୭ କରୋନା ରୋଗୀ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୭  କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ ମୃତକଙ୍କ ସଂଖ୍ୟା ୧, ୦୮୯ ଛୁଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଭୁବନେଶ୍ୱରରେ ସର୍ବାଧିକ ୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ସେହିପରି କଟକରେ ୩, ସୁନ୍ଦରଗଡ, ଗଞ୍ଜମରେ ୨ ଜଣ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।

ସୂଚନାଥାଉ କି, ଦିନକରେ ଓଡ଼ିଶାରେ ୨,୪୭୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

 

 

 

ଆହୁରି ପଢ଼ନ୍ତୁ

You might also like