ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୪୦ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
କଟକରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ୱରରେ ୨ ଓ ବାଲେଶ୍ୱରରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଯାଜପୁର, ସୁନ୍ଦରଗଡରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, ନବରଙ୍ଗପୁର, ଜଗତ୍ସିଂହପୁରରେ ଜଣେ ଲେଖାଏ ଆକ୍ରାନ୍ତ ଆଖି ବୁଜିଛନ୍ତି।
ସୂଚନାଥାଉ କି, ଆଜି ରାଜ୍ୟରେ ୨, ୪୨୩ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।
Regret to inform the demise of eighteen #COVID19 positive patients while under treatment in hospitals.
1.A 55-year old female of Balasore district who was also suffering from Diabetes, Hypertension.
2.A 60-year old male of Balasore district.
— H & FW Dept Odisha (@HFWOdisha) October 12, 2020
ପଢ଼ନ୍ତୁ: ଓଡ଼ିଶାରେ ୨,୪୨୩ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଓ କଟକରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା