୨୪ ଘଣ୍ଟାରେ ଆଖି ବୁଜିଲେ ୧୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୬  କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧୧୬୮ ରେ ପହଞ୍ଚିଛି।

ଆଜି ମୟୂରଭଞ୍ଜରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେହିପରି କଳାହାଣ୍ଡିରୁ ୩, ଭୁବନେଶ୍ୱର ଓ ନୂଆପଡାରୁ ୨ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ଝାରସୁଗୁଡା, ଖୋର୍ଦ୍ଧା, କେନ୍ଦ୍ରାପଡା, କଟକ, ଭଦ୍ରକରୁ ଜଣେ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି।

ସୂଚନା ଥାଉ କି, ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ କମିବାରେ ଲାଗିଛି। ଆଜି ଦୁଇ ହଜାରରୁ କମ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ତଥ୍ୟ ଅନୁଯାୟୀ ଆଜି ୧୯୦୪ ପଜିଟିଭ ଚିହ୍ନଟ ହୋଇଛନ୍ତି।

You might also like