ଓଡ଼ିଶାରେ ୨୪ ଘଣ୍ଟାରେ ଆଖି ବୁଜିଲେ ୯ କରୋନା ରୋଗୀ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଆକ୍ରାନ୍ତରେ ଆଉ୯ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବଲପୁରରେ ସର୍ବାଧିକ ୪ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। କଟକରୁ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ଗଞ୍ଜାମ, କେନ୍ଦୁଝର, ନୟାଗଡରୁ ଜଣେ ଲେଖାଏ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩୩ ରେ ପହଞ୍ଚିଛି।

You might also like