ରାଜ୍ୟରେ କମୁନି କରୋନା ମୃତ୍ୟୁ ସଂଖ୍ୟା; ପୁଣି ଆଖି ବୁଜିଲେ ୧୭

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୦୪ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି।

ଆଜି ସୁନ୍ଦରଗଡରୁ ସର୍ବାଧିକ ୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି। ଏହା ପଛରେ ରହିଛି ପୁରୀ। ପୁରୀରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଭୁବନେଶ୍ୱରରୁ ୩ ଓ ଅନଗୁଳରୁ ୨ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି।  ଏଥିସହିତ  ଢେଙ୍କାନାଳ, କଳାହାଣ୍ଡି ଓ ମୟୂରଭଞ୍ଜରୁ ଜଣେ ଲେଖାଏ ରୋଗୀଙ୍କର ମୃତ୍ୟୁ ଘଟିଛି।

You might also like