ରାଉରକେଲା IGHରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଉରକେଲା: ସୁନ୍ଦରଗଡ଼ରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ବୁଧବାର ରାଉରକେଲା ଆଇଜିଏଚରେ  ଭର୍ତ୍ତି ହୋଇଥିଲା।  ଆଜି ତାଙ୍କର ମୃତ୍ୟୁ ଘଟିଛି। ୬୪ ବର୍ଷିୟ ଏହି ବ୍ୟକ୍ତି ଜଣକ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ଆଇଜିଏଚ୍‌ରେ ଭର୍ତ୍ତି ହୋଇଥିଲେ। ତାଙ୍କ ସ୍ୱାବ୍ ରିପୋର୍ଟ ପଜିଟିଭ୍ ଆସିବା ପରେ କରୋନା ଚିକିତ୍ସା କରାଯାଇଥିଲା।

ତେବେ ତାଙ୍କ ମୃତ୍ୟୁ କରୋନା ଯୋଗୁ ହୋଇଛି ନା ଅନ୍ୟ କେଉଁ ରୋଗ କାରଣରୁ ହୋଇଛି ସେ ନେଇ କୌଣସି ସୂଚନା ମିଳିପାରିନି।  କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ପରେ ହସ୍ପିଟାଲ୍‌ର ୩ ଜଣ ଡାକ୍ତରଙ୍କ ସମେତ ୧୧ ଜଣ କର୍ମଚାରୀଙ୍କୁ କ୍ୱାରେଣ୍ଟିନ୍‌ରେ ପଠାଯାଇଛି। ସମ୍ପୂର୍ଣ୍ଣ ହସ୍ପିଟାଲ୍‌କୁ ସାନିଟାଇଜ୍ କରାଯିବ ବୋଲି ସୂଚନା ମିଳିଛି।

ସେପଟେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କ କଣ୍ଟାକ୍ଟ ଟ୍ରେସିଂ ପରେ କିଛି ଅଂଚଳକୁ ୪୮ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଘୋଷଣା କରିଛି ରାଉରକେଲା ମହାନଗର ନିଗମ ରାଉରକେଲା ସେର ୧୬ର କ୍ୱାର୍ଟର ନମ୍ବର ଏ-୧ଠାରୁ ଆରମ୍ଭ କରି ଏ-୧୨ ଏବଂ ଏ-୧୩ରୁ ଆରମ୍ଭ କରି ଏ-୩୬ ପର୍ଯ୍ୟନ୍ତ ଅଂଚଳକୁ କଣ୍ଟେନମେଣ୍ଟ ଅଂଚଳ ଭାବେ ଘୋଷଣା କରାଯାଇଛି  ସମସ୍ତ ଗାଡି ଚଳାଚଳ ଉପରେ ବାରଣ ସହ ଲୋକଙ୍କୁ ଘରେ ରହିବାକୁ କୁହାଯାଇଛି।

ଆହୁରି ପଢ଼ନ୍ତୁ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ଦିନକରେ ୮ଟି ସ୍ଥାନରେ ସିବିଆଇ ରେଡ୍

୧୨ରୁ OJEE ପରୀକ୍ଷା

You might also like