୩୦ ଜିଲ୍ଲାରୁ ଚିହ୍ନଟ ହେଲେ ୭୭୮ କରୋନା ରୋଗୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରେ ପୁଣି ୭୭୮ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୪୪୬ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୩୩୨ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି।

ଆଜି ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି ଅନଗୁଳରୁ । ଏଠାରେ ୬୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ  ସୁନ୍ଦରଗଡରୁ ୬୪ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି।  ଖୋର୍ଦ୍ଧା, ବାଲେଶ୍ୱରରୁ ୬୧, ମୟୂରଭଞ୍ଜରୁ ୫୮ ଓ କଟକରୁ ୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୩୨୩ ଥିବାବେଳେ ଆକ୍ଟିଭ କେସ୍‌ ୭୭୪୮ ରହିଛି। ୩,୦୩, ୮୯୭ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଲେଣି।

You might also like