୨୪ ଜିଲ୍ଲାରୁ ଚିହ୍ନଟ ହେଲେ ୪୫୬ କରୋନା ପଜିଟିଭ

ଭୁବନେଶ୍ୱର; ରାଜ୍ୟରେ ଆଜି ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୪୫୬ କରୋନା ପଜିଟିଭ। ଏହାକୁ ମିଶାଇ ରାଜ୍ୟରେ ମାଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୫୨୬କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଜିଲ୍ଲାରେ ଚିହ୍ନଟ ୪୫୬ କରୋନା ରୋଗୀଙ୍କ ମଧ୍ୟରୁ ୩୦୯ କ୍ୱାରେଣ୍ଟିନ୍‌ରେ ଥିବାବେଳେ ଲୋକାଲ କେସ ୧୪୭ ଅଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୧୬୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୫୨୬ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୨୫୪ଜଣ ଚିକିତ୍ସାଧୀନ ଥିବାବେଳେ ୬,୨୨୪ଜଣ ସୁସ୍ଥ ହୋଇଛନ୍ତି। ୩୮ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୧୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

You might also like