ରାଜ୍ୟର ଏହି ନେତାମାନେ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର; ରାଜ୍ୟରେ ଜଣେ ପରେ ଜଣେ ନେତା କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ଏକାଥରେ ଦୁଇ ଜଣ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଜିଟିଭ୍ ଚିହ୍ନଟ ହେବା ପରେ  ଭୁବନେଶ୍ୱରସ୍ଥିତ ଘରେ ହୋମ କ୍ୱାରେଣ୍ଟିନରେ ରହିଛନ୍ତି ବିଧାୟକ। ସେହିପରି ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନି କରୋନା ଆକ୍ରାନ୍ତ
ହୋଇଥିବା ନେଇ ନିଜେ ସୂଚନା ଦେଇଛନ୍ତି। ଏବଂ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ କରୋନା ଟେଷ୍ଟ କରାଇବାକୁ କହିଛନ୍ତି ବିଧାୟକ।

ପ୍ରଥମେ ନୀଳଗିରି ବିଧାୟକ ସୁକାନ୍ତ ନାୟକ କରୋନା ପଜିଟିଭ୍‌‌ ହେବା ପରେ ଜଣେ ପରେ ଜଣେ ନେତା କୋଭିଡ୍‌-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆସନ୍ତୁ ଜାଣିବା ଏପର୍ଯ୍ୟନ୍ତ କେଉଁ ବିଧାୟକ ଓ ସାଂସଦ କରୋନାରେ ଆକ୍ରାନ୍ତ ହୋଇଛନ୍ତି।  

୫ ସେପ୍ଟେମ୍ୱର ୨୦୨୦ ସୁଦ୍ଧା କରୋନାରେ ଆକ୍ରାନ୍ତ ହୋଇଥିବା ରାଜନେତା..

କେନ୍ଦ୍ରମନ୍ତ୍ରୀ, ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ବରଗଡ଼ ସାଂସଦ ସୁରେଶ ପୂଜାରୀ
ଭଦ୍ରକ ସାଂସଦ ମଂଜୁଲତା ମଣ୍ଡଳ
ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ସୁଶାନ୍ତ ସିଂହ
କୃଷି ଓ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଅରୁଣ ସାହୁ
ବୟନ ଓ ହସ୍ତତନ୍ତ ମନ୍ତ୍ରୀ ପଦ୍ମିନୀ ଦିଆନ୍
ନୀଳଗିରି ବିଜେଇ ବିଧାୟକ ସୁକାନ୍ତ ନାୟକ
ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକ
ବରୀ ବିଧାୟିକା ସୁନନ୍ଦା ଦାସ
ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ
ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା
ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା
ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ
ବଡମ୍ୱା-ନରସିଂହପୁର ବିଧାୟକ ଦେବୀ ପ୍ରସାଦ ମିଶ୍ର
ପଟାଙ୍ଗି ବିଧାୟକ ପିତମ ପାଢ଼ୀ
ମଧ୍ୟ ଭୁବନେଶ୍ୱର ବିଧାୟକ ଅନନ୍ତ ନାରାୟଣ ଜେନା
ଉତ୍ତର ଭୁବନେଶ୍ୱର ବିଧାୟକ ସୁଶାନ୍ତ ରାଉତ
ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ
ବ୍ରହ୍ମପୁର ବିଧାୟକ- ବିକ୍ରମ ପଣ୍ଡା
ବାସୁଦେବପୁର ବିଧାୟକ- ବିଷ୍ଣୁବ୍ରତ ରାଉତରାୟ
ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର
ଆଳି ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମା
ଓଡ଼ିଶା ସରକାର ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ
ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ ଅଧ୍ୟକ୍ଷ ଚିନ୍ମୟ ସାହୁ
ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର
ଜଗତ ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି

 

ଆହୁରି ପଢ଼ନ୍ତୁ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

You might also like