• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ଆଜି ରଙ୍ଗର ପର୍ବ ହୋଲି । ବସନ୍ତ ଋତୁରେ ପଡୁଥିବା ଏହି ପର୍ବକୁ ଭାଷା, ବର୍ଣ୍ଣ, ପ୍ରାନ୍ତ, ଧର୍ମ ନିର୍ବିଶେଷରେ ସଭିଏଁ ପାଳନ କରିଥାନ୍ତି। ଏହି ପର୍ବରେ ଲେକୋ ରାଧା ଦାମୋଦରଙ୍କୁ ସୁସଜ୍ଜିତ ବିମାନରେ ବସାଇ ନଗର ଭ୍ରମଣ କରାଇଥାନ୍ତି। ଏହି ଅବସରରେ ଠାକୁରଙ୍କ ଅବିର ଖେଳ ମଧ୍ୟ ହୋଇଥାଏ।

ହୋଲି ପର୍ବକୁ ସବୁଠି ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ। ତେବେ କରୋନା ଯୋଗୁଁ ଚଳିତ ବର୍ଷ ବାହାରେ ହୋଲି ଖେଳିବା ଉପରେ କଟକଣା ଲଗାଯାଇଛି। ନିଜ ନିଜ ଘରେ ରହି ହୋଲି ପାଳିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। କରୋନା କଟକଣା ଭିତରେ ହୋଲି ପାଳିବାକୁ ସରକାର ଦେଇଛନ୍ତି ପରାମର୍ଶ । ବାହାରକୁ ଯିବା ନାହିଁ, କାହାରିକୁ ସ୍ପର୍ଶ କରିବା ନାହିଁ । ଦୂରତା ରକ୍ଷା କରି ହୋଲି ପାଳନ କରିବ।  ଭଲଭାବେ ସାବୁନରେ ହାତ ଧୋଇବା ଓ ମାସ୍କ ପରିଧାନ କରିବାକୁ ପରାମର୍ଶ ଦିଆଯାଇଛି।

ଆଜି ହୋଲି ପାଇଁ ଆଂଶିକ ବନ୍ଦ ରହିବ ମୋ ବସ୍ ସେବା । ଆଜି ସକାଳୁ ଅପରାହ୍ନ ୩ଟା ଯାଏଁ ମୋ ବସ୍ ସେବା ବନ୍ଦ ରହିବ । ଏ ନେଇ ସେବା ଯୋଗାଉଥିବା ସଂସ୍ଥା ସେଣ୍ଟ୍ରାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ସୂଚନା ଦିଆଯାଇଛି । ଦିନ ୩ଟା ପରେ ପୁଣି ଥରେ ମୋ ବସ୍ ସେବା ସ୍ୱାଭାବିକ ହେବ। ରାଜ୍ୟ ସରକାରଙ୍କ ପକ୍ଷରୁ ସହରାଞ୍ଚଳରେ ଗମନାଗମନ ସୁବିଧା ଲାଗି ମୋ ବସ୍ ସେବା ଯୋଗାଇ ଦିଆଯାଉଛି।

ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଟ୍ୱିଟ୍  କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସୁଖ ସମୃଦ୍ଧି କାମନା କରିଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରଙ୍ଗର ପର୍ବ ହୋଲି ସମସ୍ତଙ୍କ ଜୀବନରେ ଖୁସି ଆଣିଦେଉ,  ଏଥିସହ ନୂଆ ଆଶା ସଂଚାର ହେଉ ବୋଲି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଦେଶବାସୀଙ୍କୁ ହୋଲି ଶୁଭେଚ୍ଛା ଜଣାଇଛନ୍ତି ।   ରଙ୍ଗର ଏହି ପର୍ବ ସଭିଙ୍କ ଜୀବନରେ ସୁଖ ସମୃଦ୍ଧି ଆଣିଦେଉ ବୋଲି ଟ୍ୱିଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ। ସେହିପରି ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ମଧ୍ୟ ଟ୍ୱିଟ୍ କରି ହୋଲି ଶୁଭେଚ୍ଛା ଜଣାଇଛନ୍ତି। ଅନ୍ୟପକ୍ଷେ ସମସ୍ତଙ୍କୁ ହୋଲି ଶୁଭେଚ୍ଛା ଜଣାଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ

Corona-restrictions-people-are-playing-holi-at-home
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories