Corona Update In Odisha: ଆଜି ବି ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ହଜାର ତଳେ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୧,୯୦୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ମଧ୍ୟ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧,୯୦୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୭୮୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଖୋର୍ଦ୍ଧାରୁ ସର୍ବାଧିକ ୨୨୧ ଚିହ୍ନଟ ହୋଇଥିବାବେଳେ କଟକ ୧୦୧, କେନ୍ଦ୍ରାପଡା ୧୦୬, ନୂଆପଡା ୧୨୮ ଓ ସୁନ୍ଦରଗଡରେ ୧୦୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଥାଉ କି, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 

 

You might also like