ଚିନ୍ତା ବଢାଉଛି କରୋନା: ଦିନକରେ ଯେତିକି ସୁସ୍ଥ ହେଲେ, ୪ଗୁଣା ପଜିଟିଭ ବାହାରିଲେ

ଦେଶରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୧୧୦୦ ଅତିକ୍ରମ କରିଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ପାର୍ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୧୯୯୩ଟି ପଜିଟିଭ୍ ଆସିଥିବାବେଳେ ୫୬୪ ଜଣ ସୁସ୍ଥ ହୋଇଛନ୍ତି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦେଶରେ ଏବେ ୨୫ ହଜାର ୧୪୮ ଜଣ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି। ତେବେ ୯୦୬୪ ଜଣ ସୁସ୍ଥ ହୋଇଥିବାବେଳେ ୧୧୫୨ ଜଣ ପ୍ରାଣ ହରାଇଛନ୍ତି।

ଦେଶ ଭିତରେ ମହାରାଷ୍ଟ୍ରର ସ୍ଥିତି ସଂଗୀନ ରହିଛି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୪୯୮ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୪୫୯। ମୁମ୍ବାଇ ହିଁ ମହାରାଷ୍ଟ୍ର ପାଇଁ ଚିନ୍ତାର କାରଣ ସାଜିଛି। ଗୁଜରାଟ, ଦିଲ୍ଲୀ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଓ ଉତ୍ତରପ୍ରଦେଶର ସ୍ଥିତି ଉଦବେଗଜନକ ରହିଛି।

ମିଳିତ ସମ୍ବୋଧନରେ ସ୍ୱାସ୍ଥ୍ୟ ବିଭାଗ ଯୁଗ୍ମ ସଚିବ ଲବ୍ ଅଗ୍ରଓ୍ୱାଲ କହିଛନ୍ତି ଯେ, ଦେଶରେ କରୋନା ଆକ୍ରାନ୍ତ ସୁସ୍ଥ ହେବାରେ ଉନ୍ନତି ଆସିଛି। ତେବେ କରୋନା ମୁକ୍ତ ଦେଶ ପାଇଁ ଆମକୁ କଟକଣା ଭିତରେ ରହିବାକୁ ହେବ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

You might also like