ରାଜ୍ୟରେ ପୁଣି ୨ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ଆଜି ଆଉ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪ରେ ପହଞ୍ଚିଛି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି କୁହାଯାଇଛି।

ଆଜି ଚିହ୍ନଟ ହୋଇଥିବା ୨ଆକ୍ରାନ୍ତଙ୍କ ମଧ୍ୟରୁ ଢେଙ୍କାନାଳର ଜଣେ  ମହିଳା ଅଛନ୍ତି। ତାଙ୍କର ବୟସ ୫୧ ବର୍ଷ ବୋଲି ଜଣାପଡ଼ିଛି। ମହିଳାଜଣଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନାହିଁ। ତେବେ ସେ ବାହାରୁ ଆସିଥିବା ଧର୍ମ ପ୍ରଚାରକଙ୍କ ସଂସ୍ପର୍ଶରେ ଆସିଥିଲେ ବୋଲି ଜଣାପଡ଼ିଛି।  ସଂପୃକ୍ତ ମହିଳାଙ୍କ ସହ ୧୫ ଜଣଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଥିଲା । ସେମାନଙ୍କ ମଧ୍ୟରୁ କେବଳ ଏହି ମହିଳାଙ୍କ ନମୁନା ପଜିଟିଭ୍ ଆସିଥିଲା ବୋଲି ଜିଲ୍ଲାପାଳ କହିଛନ୍ତି।

ଅନ୍ୟ ଜଣେ ପଶ୍ଚିମବଙ୍ଗ ମେଦିନପୁର ଅଞ୍ଚଳର ଓ ତାଙ୍କ ବୟସ ୬୯ବର୍ଷ । ସେ ସେ ମେଦିନିପୁରରୁ ଆମ୍ବୁଲନସରେ ଆସି  ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସିତ ହେଉଥିଲେ। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚିତ କରାଯାଇଛି।

You might also like